Jai Odisha
News

ଯୋଶୀମଠକୁ ‘ଲ୍ୟାଣ୍ଡ ସ୍ଲାଇଡ୍ ସବସିଡେନସ’ ଜୋନ୍ ଘୋଷଣା

ନୂଆଦିଲ୍ଲୀ,୮।୧ :ଜୋସିମାଥ ଭୂସ୍ଖଳନ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ(ପିଏମ୍‌ଓ)ରେ ଏକ ଉଚ୍ଚ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମୁଖ୍ୟ ସଚିବ ଡକ୍ଟର ପି.କେ ମିଶ୍ର ଅଧ୍ୟକ୍ଷତା କରିଥିଲେ। ଉତ୍ତରାଖଣ୍ଡର ଧାର୍ମିକ ପର୍ଯ୍ୟଟନ ଯୋଶୀମଠ ଧସିବାରେ ଲାଗିଛି । ଏହାଦ୍ୱାରା ସେଠାରେ ଥିବା ଘର ଓ ବିଲ୍ଡିଂରେ ଭୟଙ୍କର ଫାଟ ସୃଷ୍ଟି ହୋଇଛି । ଅନେକ ଘର ଭୁଶୁଡି ପଡିଛି । ପ୍ରାକୃତିକ ବିପର୍ଯ୍ୟୟ ଯୋଗୁଁ ଶୀତ କାକରରେ ବାହାରେ ଦିନ କାଟୁଛନ୍ତି ଲୋକେ ।ଅନ୍ୟପଟେ ଯୋଶୀମଠ ଭୂସ୍ଖଳନ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କ ସହିତ ଫୋନରେ ଆଲୋଚନା କରିଛନ୍ତି । କେନ୍ଦ୍ର ସରକାରଙ୍କ ପକ୍ଷରୁ ଆବଶ୍ୟକ ସହାୟତା ତଥା ସହଯୋଗ ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି । ସେହିପରି  ପିଏମ୍‌ଓ ପକ୍ଷରୁ ଏକ ଉଚ୍ଚ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମୁଖ୍ୟ ସଚିବ ଡକ୍ଟର ପି.କେ ମିଶ୍ର ଅଧ୍ୟକ୍ଷତା କରିଥିଲେ । କ୍ୟାବିନେଟ ସଚିବ, କେନ୍ଦ୍ର ସରକାରଙ୍କ ବରିଷ୍ଠ ଅଧିକାରୀ ତଥା ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣର ସଦସ୍ୟମାନେ ଯୋଗଦେଇଥିଲେ।ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି ଶନିବାର ଯୋଶୀମଠ ଗସ୍ତରେ ଯାଇ ସ୍ଥିତି ସମୀକ୍ଷା କରିଥିଲେ। ସମସ୍ତ ବିସ୍ଥାପିତଙ୍କ ପୁର୍ନବସତି ପାଇଁ ଜମି ଚିହ୍ନଟ ହେବ ବୋଲି କହିବା ସହ ୬ ମାସ ଯାଏଁ ଏମାନଙ୍କୁ ମାସିକ ୪୦୦୦ ଟଙ୍କା ଦେବାକୁ ଘୋଷଣା କରିଥିଲେ। ପ୍ରଭାବିତଙ୍କୁ ଆବଶ୍ୟକୀୟ ସାମଗ୍ରୀ ଓ ସୁରକ୍ଷିତ ରଖିବା ପାଇଁ ଜିଲ୍ଲା ପ୍ରଶାସନକୁ କହିଥିଲେ ।

Leave A Reply

Your email address will not be published.