Jai Odisha
News

ରାଜ୍ୟରେ ଆସନ୍ତା ୩ରୁ ୪ ଦିନ କାଳବୈଶାଖୀ, ୧୩ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର,୨୮ା୪: ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା । ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲାରେ ଆଜି କାଳବୈଶାଖୀ ପ୍ରଭାବ ଅଧିକ ହେବା ସମ୍ଭାବନା ରହିଛି। ଆଜି ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗଂଜାମ , ଗଜପତି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ। ଏସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ।  କାଳବୈଶାଖୀର ପ୍ରଭାବରେ ରାଜ୍ୟରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଘଡ଼ଘଡ଼ି, ବଜ୍ରପାତ ସହ ବର୍ଷା ଓ ପବନ ତଥା କୁଆପଥର ବୃଷ୍ଟି ହେବାର ସମ୍ଭାବନା  |  ଏଥିପାଇଁ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ୧୯ଟି ଜିଲ୍ଳାକୁ ସତର୍କ ସୂଚନା ଜାରି କରାଯାଇଛି । ଏହିସବୁ ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତ୍‍ସିଂହପୁର, ଅନୁଗୁଳ, ଢ଼େଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, କଳାହାଣ୍ଡି, କନ୍ଧମାଳ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ବୌଦ୍ଧ, ରାୟଗଡା, ନୟାଗଡ ଏବଂ ଗଜପତି । ଲୋକଙ୍କୁ ପାଣିପାଗ ଉପରେ ନଜର ରଖିବାକୁ ଏବଂ ସେହି ଅନୁଯାୟୀ ବଜ୍ରପାତରୁ ରକ୍ଷା କରିବା ପାଇଁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

 

Leave A Reply

Your email address will not be published.