Jai Odisha
News

ରାଜ୍ୟରେ ଖୋଲିବ ଆଉ ୨ ସରକାରୀ ଆଇଟିଆଇ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର, ୦୩/୦୮ : ସମ୍ବଲପୁରର କୁଚିଣ୍ଡା ଓ ବଲାଙ୍ଗୀରର ପାଟଣାଗଡ ଠାରେ ଖୋଲିବ ଦୁଇଟି ନୂତନ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ (ITI) । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି।   ଏହାଦ୍ବାରା ଏହି ଜନଜାତି ବହୁଳ ଅଞ୍ଚଳର ଯୁବ ସମାଜ ବିଶେଷ ଭାବରେ ଉପକୃତ ହେବେ । କୁଚିଣ୍ଡାରେ ନୂଆ ସରକାରୀ ITI ପ୍ରତିଷ୍ଠା ଦ୍ବାରା କୁଚିଣ୍ଡା ବାମରା ଓ ଜମନକିରା ବ୍ଲକର ଯୁବସମାଜ ଉପକାର ପାଇବେ । ନିଯୁକ୍ତି ତଥା ଆତ୍ମନିଯୁକ୍ତିର ସୁଯୋଗ ଥିବା ଚାରିଗୋଟି tradeରେ ଏଠାରେ ୨୪୦ ପ୍ରଶିକ୍ଷାର୍ଥୀଙ୍କୁ ତାଲିମ ଦିଆଯିବ। ସମ୍ବଲପୁର ଆଖପାଖରେ ଅନେକ ଶିଳ୍ପାନୁଷ୍ଠାନ ଗଢ଼ି ଉଠୁଥିବାରୁ ଏହା ଛାତ୍ରଛାତ୍ରୀମାନଙ୍କ ପାଇଁ ବିପୁଳ ଓ ଆତ୍ମନିଯୁକ୍ତି ପାଇଁ ସୁଯୋଗ ମଧ୍ୟ ସୃଷ୍ଟି କରିବ । ସେହିପରି ବଲାଙ୍ଗୀରର ପାଟଣାଗଡ଼ ଠାରେ ପ୍ରତିଷ୍ଠିତ ITI Iରେ ମଧ୍ୟ ୪ ଗୋଟି tradeରେ ୨୪୦ ଜଣ ପିଲା ଶିଳ୍ପ ତାଲିମ ପାଇପାରିବେ । ବୃତ୍ତିଗତ ତାଲିମ ବ୍ୟବସ୍ଥା ଦ୍ବାରା ବ୍ଲକ୍‌ର ଯୁବକ ଯୁବତୀ ମାନଙ୍କୁ ଦକ୍ଷତା ବୃଦ୍ଧି ହେବା ସହିତ ନିଯୁକ୍ତି/ଆତ୍ମନିଯୁକ୍ତିର ସୁଯୋଗ ସୃଷ୍ଟିରେ ସହାୟକ ହେବ।ରାଜ୍ୟର ୩୧୪ଟି ବ୍ଲକ୍ ମଧ୍ୟରୁ ୨୫୧ଟି ବ୍ଲକର ସରକାରୀ/ବେସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ (ITI) ରହିଛି । ସେହିପରି ୫୮ଟି ସବଡିଭିଜନ ମଧ୍ୟରୁ ୪୮ଟିରେ ITI ରହିଛି । ପାଟଣାଗଡ଼ ଓ କୁଚିଣ୍ଡାରେ ITI ପ୍ରତିଷ୍ଠା ହେବା ପରେ ଏହି ସଂଖ୍ୟା ୫୦କୁ ବୃଦ୍ଧି ପାଇବ।

 

Leave A Reply

Your email address will not be published.