Jai Odisha
News

ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ବର୍ଷା , ୧୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର,୨୩।୫: ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଜାରି ରହିଛି ।   ଆହୁରି ଦୁଇ-ତିନି ଦିନ ପର୍ଯ୍ୟନ୍ତ ସ୍ଥିତି ଏହିଭଳି ଅପରିବର୍ତ୍ତିତ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ଦିନ ସାଢ଼େ ୧୧ଟା ସୁଦ୍ଧା ରାଜଧାନୀ ଭୁବନେଶ୍ୱରର ତାପମାତ୍ରା ୩୯ ଡିଗ୍ରୀ ସେଲସିୟସ୍‍ ରେକର୍ଡ କରାଯାଇଥିବାବେଳେ ଆଦ୍ରତା ୩୧ ପ୍ରତିଶତ ଥିବା ଜଣାପଡିଛି ।ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ମୟୂରଭଞ୍ଜ, ବାଲେଶ୍ୱର ର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି । ସେହିପରି କେନ୍ଦୁଝର, ଯାଜପୁର, ଭଦ୍ରକ, ଢ଼େଙ୍କାନାଳ, କଟକ, ନୟାଗଡ଼, ଖୋର୍ଦ୍ଧା, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରିର କେତେକ ଅଞ୍ଚଳରେ କାଳବୈଶାଖୀ ବର୍ଷାର ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Leave A Reply

Your email address will not be published.