Jai Odisha
News

ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ବିୟୋଗ; ଶୋକ ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୯।୧: ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଆଜି ଗୁଳିମାଡ ହୋଇଥିବା ବେଳେ ଚିକତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ପୋଲିସ ଏଏସ୍‌ଆଇଙ୍କ ଗୁଳିମାଡରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ପରଲୋକ ଘଟିଛି। ତାଙ୍କ ପରଲୋକ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘଟଣାକୁ ନିନ୍ଦା କରିବା ସହ ଶୋକ ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ୍‌ ଯୋଗେ କହିଛନ୍ତି, ଓଡ଼ିଶା ସରକାରଙ୍କ ମନ୍ତ୍ରୀ ଶ୍ରୀ ନବ କିଶୋର ଦାସଙ୍କ ଦୁର୍ଭାଗ୍ୟଜନକ ଦେହାନ୍ତରେ ଦୁଃଖିତ। ଏହି ଦୁଃଖଦ ମୁହୂର୍ତ୍ତରେ ତାଙ୍କ ପରିବାରବର୍ଗଙ୍କୁ ସମବେଦନା। ଓଁ ଶାନ୍ତି ।    ସେହିପରି ଆନ୍ଦ୍ରପ୍ରଦେଶ ରାଜ୍ୟପାଳ ବିଭୁତୀ ଭୁଷଣ ହରଚନ୍ଦନ ମାଧ୍ୟ ମନ୍ତ୍ରୀଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ।ଅନ୍ୟପକ୍ଷେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟୁଇଟ୍ କରି କହିଛନ୍ତି ଓଡ଼ିଶାର ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ବ୍ରଜରାଜନଗରରେ ଏକ କାର୍ଯ୍ୟକ୍ରମରେ ଯୋଗଦେବା ସମୟରେ ତାଙ୍କୁ ଗୁଳିମାଡ ପରେ ହସ୍ପିଟାଲରେ ସେ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହେବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ତାଙ୍କ ସହ ଯେଉଁ ଭଳି ଘଟଣା ଘଟିଛି, ଏହା ମୋତେ ବ୍ୟଥିତ କରିଛି। ଜନପ୍ରତିନିଧି ଭାବରେ ତାଙ୍କର କାର୍ଯ୍ୟ ସ୍ମରଣୀୟ ହୋଇ ରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।  ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ନିଜର ଶୋକବାର୍ତ୍ତାରେ ଲେଖିଛନ୍ତି ସ୍ବର୍ଗତ ନବ ଦାସଙ୍କ ଶୋକସନ୍ତପ୍ତ ପରିବାରକୁ ଧୈର୍ଯ୍ୟ ଓ ଶକ୍ତି ଦିଅନ୍ତୁ।

Leave A Reply

Your email address will not be published.