Jai Odisha
News

ଲଘୁଚାପ ପ୍ରଭାବରେ ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷିବା ସମ୍ଭାବନା

 ଭୁବନେଶ୍ୱର ,,୩୧।୭:  ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ଜାରି ରହିବ ବର୍ଷା । କିଛି ଜିଲ୍ଲାରେ ଛେଚିବ ପ୍ରବଳରୁ ଅତି ପ୍ରବଳ ବର୍ଷା । ଆସନ୍ତାକାଲି ସକାଳ ଯାଏଁ ପୁରୀ, ଜଗତସିଂହପୁର, ଢେଙ୍କାନାଳ, ଅନୁଗୁଳ ଓ ସମ୍ବଲପୁର ଜିଲ୍ଲାକୁ ସତର୍କ କରାଯାଇଛି। ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଏହିସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଲଘୁଚାପଏବେ ଉତ୍ତର ଓଡ଼ିଶା ଓ ଏହାର ସଂଲଗ୍ନ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଉପକୂଳରେ ଥିବା ଶ୍ରୀଗଙ୍ଗାନଗର, ରୋହତକ, ଲକ୍ଷ୍ନୌ, ଗୟା, ରାଞ୍ଚି ଦେଇ ଦକ୍ଷିଣ-ପୂର୍ବ ଦିଗରେ ଗତି କରି କେନ୍ଦ୍ରୀୟ ବଙ୍ଗୋପସାଗରରେ ପ୍ରବେଶ କରିଛି। ଏହାର ପ୍ରଭାବରେ ଆସନ୍ତା 4 ଦିନ ପର୍ଯ୍ୟନ୍ତ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା/ବଜ୍ରପାତ ହେବାର ସମ୍ଭାବନା ରହିଥିବା ବେଳେ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ନେଇ ସତର୍କ ସୂଚନା ଜାରି କରାଯାଇଛି। ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ପୁରୀ,ଜଗତସିଂପୁର,ଢେଙ୍କାନାଳ,ଅନୁଗୋଳ ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।  ପରବର୍ତ୍ତୀ ଦୁଇ ଦିନ ପାଇଁ ପୁରୀ, ଜଗତସିଂହପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗିର, ବରଗଡ଼, ସମ୍ବଲପୁର, ନୂଆପଡ଼ା, ନବରଙ୍ଗପୁର, ବରଗଡ଼ ଆଦି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ଅଗଷ୍ଟ ୧ ସକାଳ ଯାଏଁ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଛି । ପୁରୀ, ଜଗତସିଂହପୁର, ଢେଙ୍କାନାଳ, ଅନୁଗୁଳ ଓ ସମ୍ବଲପୁରକୁ ସତର୍କ ସୂଚନା ଦେଇଛି ବିଭାଗ |ହି ସବୁ ଜିଲ୍ଲା ଗୁଡ଼ିକର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।

Leave A Reply

Your email address will not be published.