Jai Odisha
News

ଆଜି ଲିଙ୍ଗରାଜଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି

ଭୁବନେଶ୍ୱର,୧୧।୨ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଅଛନ୍ତି। ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ଦ୍ବିତୀୟ ଦିନ । ଶ୍ରୀଲିଙ୍ଗରାଜ ମନ୍ଦିର‌ରେ ମହାପ୍ରଭୁଙ୍କ ଦର୍ଶନ କରିବେ ମହାମହିମ ରାଷ୍ଟ୍ରପତି । ଏନେଇ  ଶ୍ରୀଲିଙ୍ଗରାଜ ମନ୍ଦିର‌ ପ୍ରଶାସନ ପକ୍ଷରୁ ବିଶେଷ ବ୍ୟବସ୍ଥା କରାଯାଇଛି ।   ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।   ପରେ କଟକସ୍ଥିତ ଜାତୀୟ ଧାନ ଗବେଷଣା ପ୍ରତିଷ୍ଠାନ କାର୍ଯ୍ୟକ୍ରମ ଯୋଗଦେବେ । ଇଣ୍ଡିଆନ୍‌ ରାଇସ୍‌ କଂଗ୍ରେସକୁ ରାଷ୍ଟ୍ରପତି ଉଦ୍‌ଘାଟନ କରିବେ।ଅନ୍ୟପଟେ ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଟ୍ବିନସିଟିରେ ପୁଲିସ ଛାଉଣୀ କରାଯାଇଛି । ରାଜଧାନୀରେ ୪୦ ପ୍ଲାଟୁନ ପୁଲିସ ଫୋର୍ସ ସୁରକ୍ଷା ଦାୟିତ୍ବରେ ରହିଥିବା ବେଳେ । ୨ ଶହ ପୁଲିସ ଅଫିରସଙ୍କ ନଜରରେ ରହିଛି ପୁରା ସହର ।

Leave A Reply

Your email address will not be published.