Jai Odisha
News

ଶରଧାବାଲିରେ ଲାଗିଲା ତାଳଧ୍ୱଜ

ପୁରୀ,୨୦।୬ : ଆଜି ସକାଳୁ ଶ୍ରୀମନ୍ଦିରରେ ନୀତିକାନ୍ତି ଆରମ୍ଭ ହୋଇଥିଲା। ପହଣ୍ଡି ପରେ ତିନି ରଥରେ ବିଜେ ହୋଇଥିଲେ ଚତୁର୍ଦ୍ଧାମୂର୍ତ୍ତି। ସକାଳ ପ୍ରାୟ ୯ଟା ବେଳେ ପ୍ରଥମେ ଶ୍ରୀସୁଦର୍ଶନଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ତାପରେ ଶ୍ରୀବଳଦେବଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ଏହାପରେ ମା’ ସୁଭଦ୍ରାଙ୍କର ଏବଂ ଶେଷରେ କାଳିଆ ଠାକୁରଙ୍କର ପହଣ୍ଡିବିଜେ ହୋଇଥିଲା। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପହଣ୍ଡି ବେଳେ ହୁଳହୁଳି, ହରିବୋଲ ଡାକ ସହ ଘଣ୍ଟଘଣ୍ଟା ଧ୍ୱନି ଓ ମର୍ଦ୍ଦଳା, ତୂରୀଭେରୀ ନାଦରେ ସିଂହଦ୍ୱାର ଅଞ୍ଚଳ ପ୍ରକମ୍ପିତ ହୋଇଉଠିଥିଲା। ଗହଳି ଲଗେଇ ଆସିଛନ୍ତି ମହାପ୍ରଭୁା ଟାହିଆ ହଲେଇ ଆସିଥିଲେ କାଳିଆ ଗୋସାଇଁ। ଆଜି ରଥଯାତ୍ରାରେ ପୁରୀରେ ୧୦ ଲକ୍ଷ ଶ୍ରଦ୍ଧାଳୁଙ୍କ ଆଗମନ ହୋଇଥିବା କୁହାଯାଉଛି। ସାନ ଭାଇ ଭଉଣୀଙ୍କୁ ପଛରେ ପକାଇ ଜନ୍ମସ୍ଥାନରେ ପହଞ୍ଚିଛନ୍ତି ବଡ ଠାକୁର ବଳଭଦ୍ର। ଶରଧାବାଲିରେ ଲାଗିଛି ତାଳଧ୍ୱଜ ରଥ। ତହିଁ ପଛେ ପଛେ ଆସୁଛନ୍ତି ଦେବ ଦଳନ ଓ ନନ୍ଦୀଘୋଷ ରଥ।

Leave A Reply

Your email address will not be published.