Jai Odisha
News

ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ହେବ ମହାପ୍ରଭୁଙ୍କ ୨୧ ଦିନ ବ୍ୟାପୀ ଭିତର ଚନ୍ଦନ ଯାତ୍ରା

ପୁରୀ,୧୪।୫: ଆସନ୍ତାକାଲି ଜ୍ୟେଷ୍ଠ କୃଷ୍ଣ ଏକାଦଶୀରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଜଳକ୍ରୀଡ଼ା କରିବେ । ବୈଶାଖ ଶୁକ୍ଳ ତୃତୀୟା ବା ଅକ୍ଷୟ ତୃତୀୟାଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ ଅର୍ଥାତ ସ୍ନାନପୂର୍ଣ୍ଣିମା ପୂର୍ବଦିନ ପର୍ଯ୍ୟନ୍ତ ମୋଟ ୪୨ ଦିନ ଧରି ଚନ୍ଦନଯାତ୍ରା ଅନୁଷ୍ଠିତ ହୋଇଥାଏ । ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ହେବ ମହାପ୍ରଭୁଙ୍କ ୨୧ ଦିନ ବ୍ୟାପୀ ଭିତର ଚନ୍ଦନ ଯାତ୍ରା । ଏହା ଦେବସ୍ନାନ ପୂର୍ଣ୍ଣିମା ପୂର୍ବଦିନ ପର୍ଯ୍ୟନ୍ତ ଚାଲୁ ରହିବ ।  ୨୧ଦିନ ବ୍ୟାପୀ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଓ ପଞ୍ଚୁ ପାଣ୍ଡବ ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡା କରିବା ପରେ ପରବର୍ତ୍ତୀ ୨୧ଦିନ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନ ରୂପେ ପାଳିତ ହୋଇଥାଏ । ଗତକାଲି ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରାର ହଳଦୀପାଣି ନୀତି ସରିବା ପରେ ଆଜିଠାରୁ ଶ୍ରୀଜୀଉଙ୍କର ଭିତର ଚନ୍ଦନ ଯାତ୍ରା ଆରମ୍ଭ ହେବ । ଏହି ୨୧ଦିନ ମହାପ୍ରଭୁଙ୍କୁ ଚନ୍ଦନ ଓ ଆଲଟ ଲାଗି କରାଯିବ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଯାତଭୋଗ ସରିବା ପରେ ଭିତର ଚନ୍ଦନ ଯାତ୍ରା ନୀତି କରାଯିବ । ଜ୍ୟେଷ୍ଠ କୃଷ୍ଣ ଏକାଦଶୀ, ସାବିତ୍ରୀ ଅମାବାସ୍ୟା, ଶୀତଳ ଷଷ୍ଠୀ ଓ ରୁକ୍ମିଣୀ ହରଣ ଏକାଦଶୀରେ ଶ୍ରୀମନ୍ଦିର ଭିତରେ ଥିବା ଜଳକ୍ରୀଡ଼ା ମଣ୍ଡପରେ ଠାକୁରଙ୍କ ଜଳକ୍ରୀଡ଼ା ନୀତି ଅନୁଷ୍ଠିତ ହେବ ।

Leave A Reply

Your email address will not be published.