Jai Odisha
News

ଶ୍ରୀସୁଦର୍ଶନଙ୍କ ପହଣ୍ଡି ଶେଷ

ପୁରୀ୨୦/୬: ଆଜି ବିଶ୍ବପ୍ରସିଦ୍ଧ ରଥଯାତ୍ରା। ଏଥିଲାଗି ପୂର୍ବ ନିର୍ଦ୍ଧାରିତ ସମୟ ଆଗରୁ ଆରମ୍ଭ ହୋଇଛି ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି। ଇତିମଧ୍ୟରେ ଶ୍ରୀସୁଦର୍ଶନଙ୍କ ପହଣ୍ଡି ଶେଷ ହୋଇଯାଇଛି। ଏଣେ ଶ୍ରୀବଳଦେବଙ୍କ ପହଣ୍ଡି ଆରମ୍ଭ ହୋଇଛି। ଏହାପରେ ମାତା ସୁଭଦ୍ରାଙ୍କର ଏବଂ ଶେଷରେ କାଳିଆ ଠାକୁରଙ୍କର ପହଣ୍ଡି ହେବ। ମଙ୍ଗଳବାର ସକାଳ ୬ଟାରେ ମଙ୍ଗଳଆଳତି ପରେ ମଇଲମ, ତଡ଼ପଲାଗି ଓ ଅବକାଶ, ସୂର୍ଯ୍ୟପୂଜା, ସାଢ଼େ ୭ଟାରେ ଦ୍ବାରପାଳ ପୂଜା ସରିଥିଲା। ବେଶ ଶେଷ ହୋଇ ୮ଟାରୁ ୯ଟା ଖେଚୁଡ଼ି ଭୋଗ ହୋଇଥିଲା। ଏହାପରେ ରଥ ପ୍ରତିଷ୍ଠା ହୋଇଥିଲା। ମଙ୍ଗଳାର୍ପଣ ପରେ ଖୁଣ୍ଟିଆ ‘ମଣିମା’ ଡାକ ଦେବା ସହିତ ଚତୁର୍ଦ୍ଧା ବିଗ୍ରହଙ୍କ ପହଣ୍ଡି ଆରମ୍ଭ ହୋଇଛି। ସାଢ଼େ ୧୨ଟାରେ ପହଣ୍ଡି ଶେଷ ହେବ। ବିଶ୍ବପ୍ରସିଦ୍ଧ ରଥଯାତ୍ରା ଲାଗି ଶ୍ରୀମନ୍ଦିରକୁ ସୁସଜ୍ଜିତ କରାଯାଇଛି।

Leave A Reply

Your email address will not be published.