Jai Odisha
News

ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ: ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା

ଭୁବନେଶ୍ୱର ,୧୯/୦୯: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ କ୍ଷେତ୍ର। ଏହା କ୍ରମଶଃ ଘନିଭୂତ ହୋଇ ଆସନ୍ତାକାଲି ଲଘୁଚାପର ରୂପ ନେବ। ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି।  ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡ଼ିଶାର କେତେକ ଜିଲ୍ଲାରେ ବର୍ଷା ଆରମ୍ଭ ହୋଇଯାଇଛି । କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ କଟକ ଜିଲ୍ଲାର କିଛି ଅଞ୍ଚଳରେ ବର୍ଷା ଲାଗି ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ପାଣିପାଗ ବିଭାଗର ସୂଚନାନୁଯାୟୀ, ପୂର୍ବ କେନ୍ଦ୍ରୀୟ ପାଶ୍ୱର୍ବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ୨୦ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ପାଶ୍ୱର୍ବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।ଆଜି 4ଜିଲ୍ଲାକୁ ଅତି ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡିକ ହେଉଛି କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ ପୁରୀ।ଗଜପତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଖୋର୍ଦ୍ଧା, କଟକ, ଜଗତସିଂହପୁର, ନୟାଗଡ ଓ କେନ୍ଦ୍ରାପଡାରେ ପ୍ରବଳ ବର୍ଷା ହେବ। ଏସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି 20ତାରିଖରେ ବଲାଙ୍ଗୀର, କଳାହାଣ୍ଡି, ବୌଦ୍ଧ, ସୋନପୁର, ନୟାଗଡରେ ଅତିପ୍ରବଳ ବର୍ଷା ହେବ।

Leave A Reply

Your email address will not be published.