Jai Odisha
News

ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢ଼ାଇଲେ ଓଡ଼ିଶା ସରକାର

ଭୁବନେଶ୍ବର,୩୦ା୧୨ : ନୂଆବର୍ଷରେ ରାଜ୍ୟ ସରକାର ସରକାରୀ କର୍ମଚାରୀଙ୍କ ଲାଗି ଭେଟି ଘୋଷଣା କରିଛନ୍ତି। ସରକାରୀ କର୍ମଚାରୀଙ୍କୁ ନୂଆବର୍ଷ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସରକାରୀ କର୍ମଚାରୀଙ୍କ ୪ ପ୍ରତିଶତ ମହଙ୍ଗା ଭତ୍ତା ଓ ଟିଆଇ ବୃଦ୍ଧି ଘୋଷଣା କରିଛନ୍ତି। ରାଜ୍ୟ ସରକାରୀ କର୍ମଚାରୀ ଓ ପେନ୍‌ସନ୍‌ ଭୋଗୀ ଏଥିରେ ଉପକୃତ ହେବେ। ଗତ ଜୁଲାଇ ପହିଲାରୁ ପିଛିଲା ଭାବେ ଏହି ମହଙ୍ଗା ଭତ୍ତା ଲାଗୁ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

Leave A Reply

Your email address will not be published.