Jai Odisha
News

ହାଇକୋର୍ଟ ଗଲେ ଅଭିନେତ୍ରୀ ପ୍ରକୃତି ମିଶ୍ର

ଭୁବନେଶ୍ୱର,୨୩।୮: ହାଇକୋର୍ଟ ଗଲେ ଅଭିନେତ୍ରୀ ପ୍ରକୃତି ମିଶ୍ର। ସେ ଦେଇଥିବା  ତାଙ୍କ ଏତଲା ଉପରେ କାର୍ଯ୍ୟାନୁଷ୍ଠାନ ହେଉ ନଥିବାରୁ ହାଇକୋର୍ଟ ଯାଇଛନ୍ତି ପ୍ରକୃତି । ପୋଲିସ୍ କୌଣସି କାର୍ଯ୍ୟାନୁଷ୍ଠାନ ନେଉ ନ ଥିବା ହାଇକୋର୍ଟଙ୍କୁ ସେ ଜଣାଇଛନ୍ତି ।   ସେ ଅଭିନେତା ବାବୁଶାନ ମହାନ୍ତିଙ୍କ ପତ୍ନୀ ତୃପ୍ତି ଓ ତାଙ୍କ ଶ୍ୱଶୁରଙ୍କ ବିରୁଦ୍ଧରେ ଏତଲା ଦେଇଥିଲେ। ହେଲେ ଏହାଉପରେ କମିଶନରେଟ୍ ପିଲୁସ କୌଣସି କାର୍ଯ୍ୟନୁଷ୍ଠାନ ନେଉନଥିବାରୁ ପ୍ରକୃତି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିବା ଜଣାପଡ଼ିଛି। କିଛି ଦିନ ତଳେ ଅଭିନେତା ବାବୁସାନ୍ ଓ ପ୍ରକୃତି ମିଶ୍ର ଗୋଟିଏ କାର୍‌ରେ ଯାଉଥିବା ବେଳେ  ପ୍ରକୃତିଙ୍କୁ ପିଟିଥି୍ଲେ ବାବୁସାନ୍‌ଙ୍କ ପତ୍ନୀ ତୃପ୍ତି। ପ୍ରକୃତି ତାଙ୍କ ପରିବାରକୁ ନଷ୍ଟ କରୁଥିବା କହି ପ୍ରକୃତିଙ୍କ ଚୁଟି ଟଣା ଓଟରା କରି ମାରିଥିଲେ । ବାବୁଶାନଙ୍କ ସହ ସଂପର୍କ ଖରାପ ପାଇଁ ପ୍ରକୃତି ଦାୟୀ ବୋଲି କହିଥିଲେ। ରାସ୍ତା ମଝିରେ ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କୁ ଗୋଡ଼େଇ ଗୋଡ଼େଇ ପିଟିଥିଲେ ପତ୍ନୀ। ଏମିତିକି ବାବୁଶାନ୍ ପ୍ରତିବାଦ କରିବାରୁ, କାର୍‌ରୁ ଟାଣି ଆଣି ତାଙ୍କୁ ବି ମାଡ଼ ମାରିଥିଲେ ତୃପ୍ତି।

 

Leave A Reply

Your email address will not be published.