Jai Odisha
News

୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡାକରା

ମୟୁରଭଞ୍ଜ,୨୨ା୫ : ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡାକରା । ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମରେ ବିଦ୍ୟୁତ୍ ବିଭ୍ରାଟକୁ ନେଇ ଜିଲ୍ଲା ବିଜେପିର ବନ୍ଦ ପାଳନ । ଜିଲ୍ଲାର ସମସ୍ତ ଦୋକାନ ବଜାର, ଯାନ ବାହନ, ସରକାରୀ କାର୍ଯ୍ୟାଳୟ ଓ ସ୍କୁଲ,କଲେଜ ଗୁଡିକକୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଭାଷଣ ଦେବା ବେଳେ ୯ ମିନିଟ୍‌ ପାଇଁ ଲାଇଟ୍ କଟି ଯିବା ଘଟଣାର ପ୍ରତିବାଦରେ ଆଜି ୧୨ ଘଣ୍ଟିଆ ମୟୂରଭଞ୍ଜ ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି। ବିଜେପି ପକ୍ଷରୁ ସକାଳ ୬ରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରାଯାଉଛି। ସକାଳୁ ସକାଳୁ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି। ବାରିପଦରେ ସମସ୍ତ ଦୋକାନ ବଜାର ବନ୍ଦ ରହିଛି। ଆନ୍ଦୋଳନକାରୀ ବିଭିନ୍ନ ସ୍ଥାନରେ ପିକେଟିଂ କରି ଗାଡ଼ିଚଳାଚଳ ବନ୍ଦ କରୁଛନ୍ତି। ସେହିପରି କପ୍ତିପଦା ଉପଖଣ୍ଡ ଉଦଳାରେ ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ୬ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଫଳରେ କୋର୍ଟ, କଚେରୀ, ଦୋକାନ ବଜାର ଓ ଗାଡ଼ିଚଳାଚଳ ବନ୍ଦ ରହିଛି।

Leave A Reply

Your email address will not be published.