Jai Odisha
News

୨୪ ଘଣ୍ଟାରେ ୩୮୫ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର, ୧୯/୦୮:ରାଜ୍ୟରେ କରୋନା ସଂକ୍ରମଣ  ଧିରେ ଧିରେ  ହ୍ରାସ ପାଇବାରେ ଲାଗିଛି  । ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୮୫ ଜଣ କରୋନା ସଂକ୍ରମଣ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୨୪ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୬୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ୧୮ ବର୍ଷ ବୟସ ମଧ୍ୟରେ ୫୮ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୪୪୫୪ ଜଣଙ୍କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି ।

 

Leave A Reply

Your email address will not be published.