Jai Odisha
News

୨୪ ଘଣ୍ଟା ମଧ୍ୟରେ ୧୮ ଜିଲ୍ଲାରେ କାଳବୈଶାଖୀ ଆଶଙ୍କା

,ଭୁବନେଶ୍ୱର,୦୨/୦୮:  ରାଜ୍ୟରେ ମୌସୁମୀ ବର୍ଷାର ସମ୍ଭାବନା ନାହିଁ।ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଜିଲ୍ଲାଗୁଡ଼ିକରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ତେବେ, ୧୮ଟି ଜିଲ୍ଲାର ଅନେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଅଗଷ୍ଟ ୩ ତାରିଖ, ବୁଧବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କମାନ୍ଧଳ, ଗଜପତି, ଗଂଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ବୌଦ୍ଧ, ଅନୁଗୁଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, କଟକ ଓ ଢ଼େଙ୍କାନାଳ ପ୍ରଭୃତି ୧୮ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି। କାଳବୈଶାଖୀ ସମୟରେ ବଜ୍ରପାତ ହେବାର ସମ୍ଭାବନା ରହିଥିବାରୁ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେବା ସହ ଏହି ୧୮ଟି ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଅପରାହ୍ନରେ ଭୁବନେଶ୍ୱରର କିଛି ସ୍ଥାନରେ ବଜ୍ରପାତ ସହ ହାଲୁକା ବର୍ଷା ଓ କଟକର କିଛି ସ୍ଥାନରେ ବଜ୍ରପାତ ସହ ହାଲୁକା ବର୍ଷା ହୋଇପାରେ।

Leave A Reply

Your email address will not be published.