Jai Odisha
News

୨୫ ବର୍ଷ ପୂର୍ବର ହତ୍ୟା ମାମଲାରେ ପୂର୍ବତନ ବିଧାୟକନାରାୟଣ ରେଡ୍ଡୀଙ୍କୁ ଆଜୀବନ ଜେଲ୍

ବ୍ରହ୍ମପୁର,୩୧ା୭ : ୨୫ ବର୍ଷ ପୂର୍ବର ଏକ ହତ୍ୟା ମାମଲାରେ ପୂର୍ବତନ ବିଧାୟକ ନାରାୟଣ ରେଡ୍ଡୀଙ୍କୁ ଆଜୀବନ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି ଏଡିଜେ-୩ କୋର୍ଟ। ୨୫ ବର୍ଷ ପୂର୍ବର ହତ୍ୟା ମାମଲାରେ ପୂର୍ବତନ ବିଧାୟକନାରାୟଣ ରେଡ୍ଡୀଙ୍କୁ ଆଜୀବନ ଜେଲ୍ଗ|ଞ୍ଜାମ ଜିଲା ଛତ୍ରପୁର ଥାନା ଅଞ୍ଚଳରେ ଟାଟା ଜମି ଅଧଗ୍ରହଣ ସମୟରେ ପୋଲିସ ରିଜର୍ଭ ଇନ୍ସପେକ୍ଟରଙ୍କୁ ହତ୍ୟା ଏବଂ ଜିଲାପାଳ ଓ ଏସ୍‌ପିଙ୍କ ସିକ୍ୟୁରିଟି ଅଧିକାରୀଙ୍କୁ ହତ୍ୟା ଉଦ୍ୟମ ଘଟଣାର ୨୫ବର୍ଷ ପରେ ସୋମବାର ଚୂଡାନ୍ତ ରାୟ ପ୍ରକାଶ ପାଇଛି। ରାୟ ପ୍ରକାଶ ବେଳେ ଛତ୍ରପୁର ପୂର୍ବତନ ବିଧାୟକ ଏନ୍‌. ନାରାୟଣ ରେଡ୍ଡୀଙ୍କ ସମେତ ୧୩ଜଣ ଅଭିଯୁକ୍ତ କୋର୍ଟରେ ହାଜର ହୋଇଥିଲେ। ୬୫ ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ଉପଯୁକ୍ତ ପ୍ରମାଣ ମିଳିଥିବାରୁ ଏଡିଜେ -୩ ରଜ କିଶୋର ଦାସ ଛତ୍ରପୁର ପୂର୍ବତନ ବିଧାୟକ ଏନ. ନାରାୟଣ ରେଡ୍ଡୀ ସମେତ ୧୩ ଜଣଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ମାମଲାର ବିଚାରଣା ଚାଲିଥିବା ବେଳେ ୬ଜଣଙ୍କ ମୃତ୍ୟୁ ହୋଇଛି। ଆଉ ୩ଜଣ ରୋଗରେ ଶଯ୍ୟାଶାୟୀ ରହିଥିବାରୁ ସେମାନଙ୍କୁ ଏଥିରୁ ବାଦ୍‌ ଦିଆଯାଇଛି ବୋଲି ସ୍ବତନ୍ତ୍ର ପିପି ନିରଞ୍ଜନ ପାଢ଼ୀ ସୂଚନା ଦେଇଛନ୍ତି।

 

Leave A Reply

Your email address will not be published.