Jai Odisha
News

୨ ଦିନ ଧରି ବିଭିନ୍ନ ଜିଲ୍ଳାରେ ବଜ୍ରପାତ ସହ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର  ,୨୫/୦୫ : ରାଜ୍ୟରେ ଆସନ୍ତା ଦୁଇ ଦିନ ଯାଏଁ ଘଡ଼ଘଡ଼ି ସହ ବର୍ଷା ନେଇ ସତର୍କ ସୂଚନା। ଆଜି ଏବଂ ଆସନ୍ତାକାଲି ଉତ୍ତର ଓଡ଼ିଶା ଓ ଦକ୍ଷିଣ ଉପକୂଳବର୍ତ୍ତୀ ଜିଲ୍ଲାରେ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ। ଏଥିପାଇଁ ଆଜି ସକାଳ ଯାଏଁ ୬ ଜିଲ୍ଲା ପାଇଁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଥିଲା   । ପଶ୍ଚିମାଝଡ଼ ପ୍ରଭାବରେ ଏହି ବର୍ଷା ହେଉଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ବିଭାଗ କହିଛି ଯେ, ୨ ଦିନ ଧରି ରାଜ୍ୟର ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି ।ସେହିଭଳି ୧୩ ଜିଲ୍ଲା ପାଇଁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ, ଅରେଞ୍ଜ ଓ୍ୱାର୍ଣ୍ଣିଂ। ଜାରି ହୋଇଥିବା ଜିଲ୍ଲା ମଧ୍ୟରେ ଅଛି- ଢେଙ୍କାନାଳ, ଯାଜପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧା।

Leave A Reply

Your email address will not be published.