Jai Odisha
News

୪ଟି ଜିଲ୍ଲାରେ ୩୫୭ ରୂପାନ୍ତରିତ ହାଇସ୍କୁଲ , ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର ୨୫।୪: ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ଏକ ବୈପ୍ଳବିକ ପରିବର୍ତ୍ତନ ମାଧ୍ୟମରେ ୫-ଟି ଅନ୍ତର୍ଗତ ହାଇସ୍କୁଲ ରୂପାନ୍ତର କାମ କରାଯାଉଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦିନ ସନ୍ଧ୍ୟାରେ ଭର୍ଚୁଆଲ ମାଧ୍ୟମରେ ରାଜ୍ୟର ୪ଟି ଜିଲ୍ଲାରେ ୩୫୭ଟି ରୂପାନ୍ତରିତ ହାଇସ୍କୁଲକୁ ଲୋକାର୍ପଣ କରିଛନ୍ତି। ରାଜ୍ୟ ସରକାରଙ୍କ ୫-ଟି ଅଧିନରେ ନିର୍ମାଣ ହୋଇଥିବା ଏହି ସ୍କୁଲଗୁଡ଼ିକ ଅନୁଗୁଳ, କେନ୍ଦୁଝର, ଗଂଜାମ ଓ ଜଗତସିଂହପୁରରେ ଲୋକାର୍ପଣ ହୋଇଛି। ଆଜି ଜଗତସିଂହପୁରରେ ସର୍ବାଧିକ ୧୦୭ଟି, ଗଂଜାମରେ ୧୦୬, ଅନୁଗୁଳରେ ୮୭ ଓ କେନ୍ଦୁଝର ଜିଲ୍ଲାରେ ୫୭ଟି ରୂପାନ୍ତରିତ ହାଇସ୍କୁଲକୁ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଛନ୍ତି। ରୂପାନ୍ତରିତ ହାଇସ୍କୁଲଗୁଡ଼ିକରେ ସ୍ମାର୍ଟ କ୍ଲାସ ରୁମ୍, ଇ-ଲାଇବ୍ରେରି, କମ୍ପ୍ୟୁଟର, ଆଧୁନିକ ପରୀକ୍ଷାଗାର ଆଦିର ବ୍ୟବସ୍ଥା ହୋଇଛି। ଭଲ ପିଇବା ପାଣି ଓ ଉତ୍ତମ ପରିମଳ ବ୍ୟବସ୍ଥାର ସୁବିଧା କରାଯାଇଛି। ଟିମ୍‌ୱାର୍କରେ ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ, ପୁରାତନ ଛାତ୍ର ଓ ପ୍ରଶାସନ ଆଦି ମିଳିମିଶି ଏହି ରୂପାନ୍ତର କାମରେ ସାମିଲ ହୋଇଛନ୍ତି।

Leave A Reply

Your email address will not be published.