Jai Odisha
News

୪୮ ଘଣ୍ଟାରେ ଛୁଇଁବ ମୌସୁମୀ!

ନୂଆଦିଲ୍ଲୀ,୭।୬: ଆଗାମୀ ୪୮ ଘଣ୍ଟା ମଧ୍ୟରେ କେରଳ ଛୁଇଁପାରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଏଥିପାଇଁ ପାଗ ଅନୁକୂଳ ଥିବା ରହିଛି ବୋଲି ପାଣିପାଗ ବିଭାଗ ସୂଚନା ଦେଇଛନ୍ତି । କେରଳ ଉପକୂଳରେ ମେଘ ସମୂହର ଘନତ୍ୱ ବୃଦ୍ଧି ପାଇଛି । ଏଥି ସହିତ ପଶ୍ଚିମ ବାୟୁର ସକ୍ରିୟତା ବାୟୁମଣ୍ଡଳର ମଧ୍ୟଭାଗ ପର୍ଯ୍ୟନ୍ତ ବ୍ୟାପିଛି । ଏହା ପାଗ ଅନୁକୂଳ ସୂଚାଉଥିବାରୁ ମୌସୁମୀ କେରଳ ଛୁଇଁବା ନେଇ ସମ୍ଭାବନା ରହିଛି । ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ମଙ୍ଗଳବାର ରାତି ପ୍ରାୟ ସାଢେ ୧୧ଟାରେ ଗୋଆ ଉପକୂଳଠାରୁ ପ୍ରାୟ ୯୦୦ କିଲୋମିଟର ଦୂରରେ ଆରବ ସାଗରରେ ଏହି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିଲା। ପୂର୍ବ-କେନ୍ଦ୍ରୀୟ ଏବଂ ଦକ୍ଷିଣ-ପୂର୍ବ ଆରବ ସାଗରରେ କେନ୍ଦ୍ରୀତ ଏହି ଘୂର୍ଣ୍ଣିବଳୟ ଝଡ଼ ଦ୍ରୁତ ବେଗରେ ଗତି କରୁଛି। ପାଣିପାଗ ବିଭାଗ ଅନୁଯାୟୀ ଏହା ପ୍ରାୟ ଉତ୍ତର ଦିଗକୁ ଗତି କରିବ ଏବଂ ଏକ ଭୟଙ୍କର ଘୂର୍ଣ୍ଣିବଳୟରେ ପରିଣତ ହେବାର ସମ୍ଭାବନା ରହିଛି।

Leave A Reply

Your email address will not be published.