Jai Odisha
News

୪ ଜିଲ୍ଲାରେ ପ୍ରବଳ ବର୍ଷା , ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର, ୨୩।୮ : ଉତ୍ତରପୂର୍ବ ବଙ୍ଗୋପସାଗର ଏବଂ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଯାହା ଫଳରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଅନୁମାନ କରାଯାଉଛି ।   ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଉପକୂଳ ଓଡିଶା ହେବ ପ୍ରଭାବିତ । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ସତର୍କ ସୂଚନା ଜାରୀ କରାଯାଇଛି । ଭଦ୍ରକ, କେଉଁଝର, ମୟୂରଭଞ୍ଜ, ବାଲେଶ୍ୱର ଜିଲ୍ଲାକୁ ଅରେଞ୍ଜ ୱର୍ଣ୍ଣିଂ ପାଣିପାଗ ବିଭାଗ ଜାରୀ କରିଛି  । ସେହିପରି ୧୦ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରୀ ହୋଇଛି । ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ଢେଙ୍କାନାଳ, କଟକ, ପୁରୀ, ଗଞ୍ଜାମ, ଗଜପତି ଓ ଖୋର୍ଦ୍ଧା । ବୁଧବାର ମଧ୍ୟ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ସୁନ୍ଦରଗଡ, ଝାରସୁଗୁଡା, ଦେବଗଡ, ସମ୍ବଲପୁର ଜିଲ୍ଲାକୁ ଅରେଞ୍ଜ ୱର୍ଣ୍ଣିଂ ଜାରୀ ହୋଇଛି ।

 

Leave A Reply

Your email address will not be published.