Jai Odisha
News

୬ ମାସ ବଢ଼ିଲା ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ

ଭୁବନେଶ୍ବର, ୨୪।୮ :  ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ ପୁଣି ବୃଦ୍ଧି ପାଇଛି ।  ଆଉ ୬ ମାସ କାର୍ଯ୍ୟକାଳ ବୃଦ୍ଧି ପାଇଁ କେନ୍ଦ୍ରର ଅନୁମୋଦନ ମିଳିଛି । ସେପ୍ଟେମ୍ବର ୧ରୁ ୨୦୨୩ ଫେବ୍ରୁଆରୀ ପର୍ଯ୍ୟନ୍ତ କାର୍ଯ୍ୟକାଳ ବଢ଼ିଛି । ରାଜ୍ୟ ସରକାର ଦେଇଥିବା ପ୍ରସ୍ତାବକୁ କେନ୍ଦ୍ର ପକ୍ଷରୁ ଅନୁମୋଦନ ଦିଆଯାଇଛି । ପୂର୍ବରୁ ମଧ୍ୟ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ ବୃଦ୍ଧି କରାଯାଇଥିଲା । ୬ ମାସ ପାଇଁ କେନ୍ଦ୍ର ସରକାର ତାଙ୍କ କାର୍ଯ୍ୟକାଳକୁ ବୃଦ୍ଧି କରିଥିଲେ । ବର୍ତ୍ତମାନ ଦ୍ୱିତୀୟ ଥର ଲାଗି ତାଙ୍କର କାର୍ଯ୍ୟକାଳକୁ ପୁଣି ଥରେ ୬ ମାସ ପାଇଁ ବୃଦ୍ଧି କରାଯାଇଛି ।

Leave A Reply

Your email address will not be published.