Jai Odisha
News

ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ

ଜମ୍ମୁକାଶ୍ମୀରର ପୁଲଓ୍ବାମାରେ ଏନକାଉଣ୍ଟର। ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି। ପୁଲଓ୍ବାମାର ଅର୍ଶିପୋରା ଅଞ୍ଚଳରେ ୨ରୁ ୩ଜଣ ଆତଙ୍କବାଦୀ ଲୁଚି ରହିଥିବାର ଖବର ପାଇବା ପରେ ସୁରକ୍ଷାକର୍ମୀମାନେ ସର୍ଚ୍ଚ ଅପରେସନକୁ ଜୋରଦାର କରିଥିଲେ। ଏତିକିବେଳେ ସୁରକ୍ଷାକର୍ମୀ-ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବାବେଳେ ଅନ୍ୟ ଜଣଙ୍କୁ ସୁରକ୍ଷାକର୍ମୀମାନେ କାବୁ କରିନେଇଛନ୍ତି । ଏବେବି ସମ୍ପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ୍ ଜାରି ରହିଛି।

Leave A Reply

Your email address will not be published.