Jai Odisha
News

ପଞ୍ଚମ ପର୍ଯ୍ୟାୟରେ ୯ ପ୍ରାର୍ଥୀ ଦେଲା ବିଜେଡ଼ି : ୨ଟି ଆସନରୁ ଲଢିବେ ନବୀନ

୨୦୨୪ ସାଧାରଣ ନିର୍ବାଚନ ପାଇଁ ପଞ୍ଚମ ପର‌୍ୟ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ପଞ୍ଚମ ପର‌୍ୟ୍ୟାୟରେ ୯ ବିଧାନସଭା ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି ଦଳର ମୁଖିଆ ନବୀନ ପଟ୍ଟନାୟକ। ଚଳିତ ନିର୍ବାଚନରେ ମଧ୍ୟ ଦୁଇଟି ବିଧାନସଭା କ୍ଷେତ୍ରରୁ ନିର୍ବାଚନ ଲଢିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହିଞ୍ଜିଳି ସହ କଣ୍ଟାବାଞ୍ଜିରୁ ଲଢିବେ ନିର୍ବାଚନ ।ସମ୍ବଲପୁର ଓ ରେଢ଼ାଖୋଲରେ ଦଳ ପ୍ରାର୍ଥୀ ପରିବର୍ତ୍ତନ କରିଛି । ପୂର୍ବରୁ ସମ୍ବଲପୁରରୁ ପ୍ରସନ୍ନ ଆଚାର‌୍ୟ୍ୟ ଓ ରେଢ଼ାଖୋଲରୁ ରୋହିତ ପୂଜାରୀ ପ୍ରାର୍ଥୀ ହୋଇଥିବା ବେଳେ ଆଜି ସେଥିରେ ପରିବର୍ତ୍ତନ କରାଯାଇ ରେଢ଼ାଖୋଲରୁ ପ୍ରସନ୍ନ ଆଚାର୍ଯ୍ୟ ଓ ସମ୍ବଲପୁରରୁ ରୋହିତ ପୂଜାରୀଙ୍କୁ ପ୍ରାର୍ଥୀ କରିଛି ବିଜେଡି। ସୂଚନାଯୋଗ୍ୟ ବିଜେଡି ବର୍ତ୍ତମାନ ସୁଦ୍ଧା ସମସ୍ତ ୨୧ ଲୋକସଭା ଓ ୧୨୬ଟି ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିଛି। ତେବେ ମୋଟ ୧୪୭ ବିଧାନସଭା ଆସନ ମଧ୍ୟରୁ ଆଉ ୨୧ ବିଧାନସଭା ଆସନରେ ବିଜେଡିର ପ୍ରାର୍ଥୀ ଘୋଷଣା ହେବାକୁ ବାକି ରହିଛି । ତେବେ ଆଜି ଘୋଷଣା ହୋଇଥି ପ୍ରାର୍ଥୀ ହେଉଛନ୍ତି । ଚିତ୍ରକୋଣ୍ଡା- ଲକ୍ଷ୍ମୀପ୍ରିୟା ନାୟକ, ପଦ୍ମପୁର- ବର୍ଷା ସିଂ ବରିହା , କୁଚିଣ୍ଡା- ରାଜେନ୍ଦ୍ର ଛତ୍ରିଆ, ଦେବଗଡ଼- ଅରୁନ୍ଧତି ଦେବୀ, ଅନୁଗୋଳ- ସଂଯୁକ୍ତା ସିଂହ, ନିମାପଡ଼ା- ଦିଲୀପ ନାୟକ, ସାନଖେମୁଣ୍ଡି- ସୁଲକ୍ଷଣା ଗୀତାଞ୍ଜଳି ଦେବୀ, ଜୟପୁର- ଇନ୍ଦିରା ନନ୍ଦ ।

Leave A Reply

Your email address will not be published.