Jai Odisha
News

ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପାଇଁ ନିଜର ପ୍ରଥମ ପ୍ରଚାର ଆରମ୍ଭ କରିଛନ୍ତି ବିଜେଡ଼ି ସୁପ୍ରିମୋ

ଆଜି ହିଞ୍ଜିଳିରେ ସମରଝୋଳ ଓ ଶେରଗଡ଼ରେ ଦୁଇଟି ଜନସଭାକୁ ସମ୍ବୋଧିତ କରି ୨୦୨୪ ନିର୍ବାଚନ ପାଇଁ ନିଜର ପ୍ରଥମ ପ୍ରଚାର ଆରମ୍ଭ କରିଛନ୍ତି ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି କ୍ରମରେ ଆଜିଠୁ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି ବିଜେଡି ସଭାପତି । ଜନସଭାକୁ ସମ୍ବୋଧିତ କରି ନବୀନ କହିଛନ୍ତି ଯେ, ଆପଣଙ୍କ ସ୍ନେହ, ସମର୍ଥନ ପାଇଁ ମୁଁ ଚିର ଋଣୀ । ଓଡ଼ିଶାର ସାଢେ ୪ କୋଟି ଓଡ଼ିଆ ମୋର ପରିବାର । ଏମାନଙ୍କ ପାଇଁ ମୁଁ କାମ କରି ଚାଲିଛି ଏବଂ ଶେଷ ଯାଏଁ କରିବି । ୨୦୩୬ ସୁଦ୍ଧା ଓଡ଼ିଶା ଏକ ନମ୍ବର ରାଜ୍ୟ ହେବ । ଏଥିସହ ଯୋଡ଼ି ଶଙ୍ଖ ବିକାଶର ପରିଚୟ ଏବଂ ଓଡ଼ିଶାର ପରିଚୟ ବୋଲି କହି ଭୋଟ୍ ଦେବାକୁ ଅପିଲ୍ କରିଛନ୍ତି ନବୀନ ପଟ୍ଟନାୟକ ।
ଏଥି ସହିତ ସେ ବିରୋଧୀଙ୍କ ଉପରେ ବର୍ଷିଛନ୍ତି । ମଞ୍ଚ ଉପରୁ ବିରୋଧୀଙ୍କୁ ଟାର୍ଗେଟ କରି କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା ସୃଷ୍ଟି କରୁଛନ୍ତି। ଏଭଳି କରି କେହି କେବେ ସଫଳ ହେବେନି। ଓଡ଼ିଶାବାସୀ ବିରୋଧୀଙ୍କ ଅସଲ ରୂପ ଜାଣିଛନ୍ତି। ଆପଣଙ୍କ ଆଶୀର୍ବାଦରେ ବିଜେଡି ବିପୁଳ ବିଜୟ ହାସଲ କରିବ। ବିଜୟ ଧାରା ଜାରି ରହିବ, ଲୋକ ସଭାରେ ବି ବହୁତ ଭଲ କରିବୁ।

Leave A Reply

Your email address will not be published.