Jai Odisha
News

ଆଜି ଦିନିକିଆ ଗଞ୍ଜାମ ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆଜି ଦିନିକିଆ ଗଞ୍ଜାମ ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ କରିବାକୁ ସମସ୍ତେ ଅପେକ୍ଷା କରିଛନ୍ତି। ଦିନିକିଆ ଗସ୍ତରେ ଆସୁଥିବା ମୁଖ୍ୟମନ୍ତ୍ରୀ ପ୍ରଥମେ ଗୋପାଳପୁର ନିର୍ବାଚନ ମଣ୍ଡଳୀ ଗସ୍ତ କରିବେ। ଏନେଇ କନିଷିଠାରେ ଆୟୋଜିତ ବିଶାଳ ଜନସଭାରେ ଉଦ୍‌ବୋଧନ ଦେବେ। ବ୍ରହ୍ମପୁର, ଗୋପାଳପୁର, ଚିକିଟି, ଦିଗହପଣ୍ଡି ସମେତ ଆଖପାଖ ଅଞ୍ଚଳର ବହୁ ଜନସାଧାରଣ ଏହି କାର୍ଯ୍ୟକ୍ରମରେ ଯୋଗଦେବେ। ଏଥିପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ମୁଖ୍ୟମନ୍ତ୍ରୀ ଗୋପାଳପୁର ନିର୍ବାଚନ ମଣ୍ଡଳୀର ଦାୟିତ୍ୱ ନେବା ପରେ ଏଠାରେ ବହୁବିଧ ବିକାଶ ହୋଇଛି।

ସୂଚନା ଅନୁସାରେ ଗୁରୁବାର ସକାଳ ୯ ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବୀନ ନିବାସରୁ ବାହାରି ୯.୪୦ରେ ବିଜୁ ପଟ୍ଟନାୟକ ବିମାନ ବନ୍ଦରରୁ ଆସି ପୂର୍ବାହ୍ନ ୧୦.୧୦ରେ ରଙ୍ଗେଇଲୁଣ୍ଡା ବିମାନ ବନ୍ଦରରେ ପହଞ୍ଚିବେ। ସେଠାରୁ ଗୋପାଳପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କନିଷିଠାରେ ଆୟୋଜିତ ବିଶାଳ ଜନସଭାରେ ଯୋଗ ଦେଇ ଦଳୀୟ ପ୍ରାର୍ଥୀଙ୍କ ଲାଗି ପ୍ରଚାର କରିବେ। ସେଠାରୁ ମୁଖ୍ୟମନ୍ତ୍ରୀ ଆସିକା ଯାଇ ସ୍ଥାନୀୟ ବିଜ୍ଞାନ ମହାବିଦ୍ୟାଳୟ ପଡ଼ିଆରେ ପହଞ୍ଚିବେ। ସେଠା ଆୟୋଜିତ ବିରାଟ ଜନସଭାରେ ସେ ଯୋଗଦେବେ। ଏଠାରେ ମଧ୍ୟ ଦଳୀୟ ପ୍ରାର୍ଥୀଙ୍କ ଲାଗି ପ୍ରଚାର ସାରିବା ପରେ ଫୁଲବାଣୀ ଗସ୍ତ କରିବାର କାର୍ଯ୍ୟକ୍ରମ ଥିବା ସୂଚନା ମିଳିଛି। ଏଣେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ସମଗ୍ର ଗଞ୍ଜାମ ଜିଲ୍ଲା ଚଳଚଞ୍ଚଳ ହୋଇ ଉଠିଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦେଖି କନିଷି ଓ ଆସିକାଠାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।

Leave A Reply

Your email address will not be published.