Jai Odisha
News

କାଳେବୖଶାଖୀ ଫଳରେ ହେବ ପ୍ରବଳ ବର୍ଷା : ଆଗାମୀ ୩ ଘଣ୍ଟା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ତାତିରେ ଓଡ଼ିଶା ସିଝୁଥିବା ବେଳେ ଓଡ଼ିଶାବାସୀଙ୍କୁ ଆରାମ୍ ମିଳିବାକୁ ଯାଉଛି । କାଳେବୖଶାଖୀ ଫଳରେ ପ୍ରବଳ ବର୍ଷା ହେବ। ଯାହା ପାଗକୁ ଥଣ୍ଡା ପକାଇବ । ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ପାଣିପାଗ ବିଭାଗର ସତର୍କ ସୂଚନା । ଆଗାମୀ ୩ ଘଣ୍ଟା ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼କୁ ଅରେଞ୍ଜ ୱାର୍ଣ୍ଣିଂ । ୪୦-୫୦ କିମି ବେଗରେ ପବନ ସହ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା । ମଙ୍ଗଳବାର ଦିନ ୨୦ଟି ଜିଲ୍ଲାରେ ବର୍ଷା ପାଇଁ ଆଲର୍ଟ ଜାରି କରାଯାଇଛି । ଏହି ୨୦ଟି ଜିଲ୍ଲା ମଧ୍ୟରୁ ଅେନକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ତେବେ ଏହି ତିନି ଦିନ ଖରା ଟିକେ କମିବ ।

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଦିନକୁ ଦିନ ବୃଦ୍ଧି ହେଉଥିବା ବେଳେ ଏହା କିଛି ଆଶ୍ୱସ୍ତି ଦେବ । ୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ ତୋଫାନ ସହ ବର୍ଷା ସମ୍ଭାବନା ରହିଛି । ୭ ତାରିଖରୁ ବଢିବ ବର୍ଷା ବିସ୍ତୃତି । ୭ ଓ ୮ ତାରିଖରେ ଅଧିକ ରହିବ ବର୍ଷାର ପରିମାଣ । ଉତ୍ତର ଉପକୂଳ ଓଡ଼ିଶା-ପାଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ପବନର ବେଗ ୪୦ରୁ ୫୦ କିମି ରହିବା ସମ୍ଭାବନା ରହିଛି । ସମ୍ଭାବ୍ୟ ପରିସ୍ଥିତିକୁ ନଜରରେ ରଖି ୮ ତାରିଖ ଯାଏ ମତ୍ସ୍ୟଜୀବୀଙ୍କ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ।

Leave A Reply

Your email address will not be published.