Jai Odisha
News

ସନ୍ଧ୍ୟା ୫ଟାରେ ଦିଲ୍ଲୀରେ ବିଜେପିର ଗୁରୁତ୍ୱପୂର୍ଣ୍ଣ ବୈଠକ :ରାଜ୍ୟ ବିଜେପି ନେତାଙ୍କୁ ହୋଇଛି ଡାକରା

ମୋଦୀଙ୍କ ଓଡ଼ିଶା ଗସ୍ତ ପରେ ବୁଧବାର ରାଜ୍ୟ ବିଜେପି ନେତାଙ୍କୁ ଦିଲ୍ଲୀ ଡାକରା ହୋଇଛି । ବୁଧବାର ସନ୍ଧ୍ୟା ୫ଟାରେ ଦିଲ୍ଲୀରେ ବିଜେପିର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ ବୋଲି ସୂଚନା ମିଳିଛି । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନେତୃତ୍ୱରେ ସଙ୍ଗଠନ ସମ୍ପାଦକ ଓ କୋର କମିଟିର କିଛି ନେତା ଡାକରା ପାଇବା ପରେ ଦିଲ୍ଲୀ ଗସ୍ତରେ ବାହାରିଛନ୍ତି। ଏହି ବୈଠକରେ ଲୋକସଭା ନିର୍ବାଚନ ପାଇଁ ରଣନୀତି ପ୍ରସ୍ତୁତ ସମ୍ପର୍କରେ ରାଜ୍ୟର ନେତାଙ୍କ ସହ ଆଲୋଚନା କରିବେ କେନ୍ଦ୍ରୀୟ ନେତା । ବୈଠକରେ ୨୪ ନିର୍ବାଚନ ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ ହେବ ବୋଲି ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି । ଏହି ବୈଠକରେ ବିଜେପି ସଭାପତି ଜେପି ନଡ୍ଡା, ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ବିଜେପି ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ, ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂ ତୋମାର, ସହପ୍ରଭାରୀ ଲତା ଉସେଣ୍ଡି ପ୍ରମୁଖ ଉପସ୍ଥିତ ରହିବେ ।

Leave A Reply

Your email address will not be published.