Jai Odisha
News

ଆଜିବି ବର୍ଷିବ କାଳବୈଶାଖୀ : ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନ ଯିବାକୁ ଦିଆଯାଇଛି ପରାମର୍ଶ

କାଳବୈଶାଖୀ ବର୍ଷା‌ ଯୋଗୁ ଅସହ୍ୟ ତାତିରୁ ଆଶ୍ବସ୍ତି ମିଳିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ଦିନର ସର୍ବୋଚ୍ଚ ତାପମାତ୍ରା କମିଛି । ପାଣିପାଗ ବିଭାଗ ପୂର୍ବାନୁମାନ ଅନୁସା‌ରେ ଦକ୍ଷିଣ ଝାଡଖଣ୍ଡରୁ ଉତ୍ତର ଓଡ଼ିଶା ଦେଇ ରାଜସ୍ଥାନ ଯାଏ ଏକ ଟ୍ରପଲାଇନ୍ ଲମ୍ବିଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ପବନ ଜାରି ରହିଛି । ଆସନ୍ତା ୫ ଦିନ ଯାଏ ଏଭଳି ପାଗ ରହିବ। ଆସନ୍ତା ୩-୪ଦିନ ଯାଏ ରାଜ୍ୟରେ ଝଡ଼ବର୍ଷା ସମ୍ଭାବନା ରହିଛି। ୨୪ ଘଣ୍ଟାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ହେବା ନେଇ ସାରା ରାଜ୍ୟକୁ ଆଲର୍ଟ ଜାରି ହୋଇଛି। କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ରହିବ ବୋଲି ସତର୍କ ସୂଚନାରେ ଉଲ୍ଲେଖ କରାଯାଇଛି। ମତ୍ସ୍ୟଜୀବୀଙ୍କୁ ମାଛ ଧରିବା ପାଇଁ ସମୁଦ୍ରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।ପାଣିପାଗ ବିଭାଗ ପକ୍ଷରୁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ରାଜ୍ୟରେ ୯ ତାରିଖ ଗୁରୁବାର ମଧ୍ୟ କାଳବୈଶାଖୀ ପ୍ରଭାବ ରହିବାର ପୂର୍ବାନୁମାନ କରାଯାଇଛି। ୧୦ ତାରିଖ ପରେ ପାଗରେ ପରିବର୍ତ୍ତନ ହେବ ବୋଲି ପାଣିପାଗ ବିଭାଗ କହିଛି। କାଳବୈଶାଖୀ ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ତାପମାତ୍ରା ୮ରୁ ୯ ଡିଗ୍ରୀ ହ୍ରାସ ପାଇଛି।

 

Leave A Reply

Your email address will not be published.