Jai Odisha
News

ଆଉ ୩ ଦିନ ବରଷିବ , ୧୧ରୁ ଜାଳିବ

ଆସନ୍ତା ୩ ଦିନ ପର‌୍ୟ୍ୟନ୍ତ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକା ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଏଭଳି ପାଗ ଜାରି ରହିବ । ବିଶେଷ କରି ରାଜ୍ୟକୁ ପ୍ରଚୁର ପରିମାଣର ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବାହ ବଢୁଥିବାରୁ କିଛି ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବ ବୋଲି ଆକଳନ କରାଯାଇଛି । ଗତକାଲି ରାଜଧାନୀ ଭୁବନେଶ୍ୱରରେ ଆକାଶ ମେଘୁଆ ରହିବା ସହ ଅପରାହ୍ନରେ ଘଡଘଡି ବିଜୁଳି ସହ ବର୍ଷା ହୋଇଛି । ଏହାସହ କଟକ, ଖୋର୍ଦ୍ଧା, ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ ଆଦି ଜିଲ୍ଲାରେ ହାଲୁକା ବର୍ଷା ରେକର୍ଡ ହୋଇଛି । ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁରରେ ମଧ୍ୟମ ଧରଣର ବର୍ଷା ହେବ । ଏହା ପରେ ୯ ଓ ୧୦ ତାରିଖରେ ଦକ୍ଷିଣ ଓଡ଼ିଶାର ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ, ଖୋର୍ଦ୍ଧା, ପୁରୀ ଏବଂ କଟକରେ ହାଲୁକା ବର୍ଷା ନେଇ ଆକଳନ କରାଯାଇଛି । ୧୧ ତାରିଖ ଠାରୁ ପାଗରେ ପରିବର୍ତ୍ତନ ହେବା ସହ ତାତି ବଢିବ । ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ବାଭାବିକ ଠାରୁ ୩-୫ ଡିଗ୍ରୀ ପର‌୍ୟ୍ୟନ୍ତ ତାପମାତ୍ରା ବୃଦ୍ଧି ହେବ ।

Leave A Reply

Your email address will not be published.