Jai Odisha
News

ବିଧାୟକ ମହମ୍ମଦ ମୋକିମଙ୍କୁ ଜାମିନ ଦେଇଛନ୍ତି ସର୍ବୋଚ୍ଚ ନ୍ୟାୟଳୟ

କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌। ଓଆରଏଚଡିସି ଦୁର୍ନୀତି ମାମଲାରେ ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମଙ୍କୁ ଜାମିନ ଦେଇଛନ୍ତି ସର୍ବୋଚ୍ଚ ନ୍ୟାୟଳୟ । ଏହି ମାମଲାରେ ମୋକିମଙ୍କ ଆବେଦନକୁ ଶୁଣାଣି ପାଇଁ ଗ୍ରହଣ କରି ସୁପ୍ରିମକୋର୍ଟ ଓଡ଼ିଶା ଭିଜିଲାନ୍ସକୁ ନୋଟିସ୍ ଜାରି କରିଛନ୍ତି ସର୍ବୋଚ୍ଚ ନ୍ୟାୟଳୟ। ହାଇକୋର୍ଟ ରାୟକୁ ଚାଲେଞ୍ଜ କରି ସୁପ୍ରିମକୋର୍ଟ ଯାଇଥିଲେ ମୋକିମ।
୨୦୧୯ ନିର୍ବାଚନ ସମୟରେ ଶ୍ରୀ ମୋକିମଙ୍କ ନାମାଙ୍କନପତ୍ର ନିର୍ଦ୍ଧାରିତ ନିୟମ ଅନୁଯାୟୀ ଦାଖଲ ହୋଇନଥିଲା। ଜନ ପ୍ରତିନିଧି ଆଇନର ଧାରା ୩୩, କଣ୍ଡକ୍ଟ ଅଫ୍ ଇଲେକ୍ସନ ରୁଲ୍ସ, ୧୯୬୧ର ନିୟମ ୪ ଓ ଭାରତର ନିର୍ବାଚନ କମିସନଙ୍କ ନିର୍ଦ୍ଦେଶନାମା ଉଲ୍ଳଂଘନ କରି ରିଟର୍ଣ୍ଣିଂ ଅଫିସର ଶ୍ରୀ ମୋକିମଙ୍କ ନାମାଙ୍କନପତ୍ର ଗ୍ରହଣ କରିଥିଲେ। ଶ୍ରୀ ମୋକିମ ନାମାଙ୍କନପତ୍ରରେ ଆବଶ୍ୟକ ତଥ୍ୟ ଉଲ୍ଲେଖ କରି ନଥିଲେ। ଜନପ୍ରତିନିଧି ଆଇନର ଧାରା ୩୬ରେ ପ୍ରଦତ୍ତ କ୍ଷମତା ଅନୁସାରେ ଯାଞ୍ଚ ସମୟରେ ରିଟର୍ଣ୍ଣିଂ ଅଫିସର ଶ୍ରୀ ମୋକିମଙ୍କ ନାମାଙ୍କନପତ୍ର ଖାରଜ କରିବା ଉଚିତ ଥିଲା। ନାମାଙ୍କନ ବେଳେ ଶ୍ରୀ ମୋକିମ ଦାଖଲ କରିଥିବା ସତ୍ୟପାଠରେ ତାଙ୍କ ବିରୋଧରେ ଥିବା ୧୩ଟି ଅପରାଧିକ ମାମଲା ସଂକ୍ରାନ୍ତରେ ଉପଯୁକ୍ତ ତଥ୍ୟ ଓ ସଂପୂର୍ଣ୍ଣ ଘୋଷଣାନାମା ଦେଇ ନଥିଲେ। ଏଭଳି ସ୍ଥିତିରେ ୯୦-ବାରବାଟୀ-କଟକ ବିଧାନସଭା ଆସନରୁ ଶ୍ରୀ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରାଯାଉଛି ବୋଲି ହାଇକୋର୍ଟଙ୍କ ରାୟରେ ଉଲ୍ଲେଖ କରାଯାଇଛି।

Leave A Reply

Your email address will not be published.