Jai Odisha
News

ରାଜ୍ୟରେ ଗଠନ ହେଲା ନୂଆ ଏନଏସି

ପୁଣି ବଡ ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ପାଣ୍ଡିଆନ ଜିଲ୍ଲା ଗସ୍ତରେ ଥିବାବେଳେ ଲୋକମାନଙ୍କ ଅଭିଯୋଗ ଓ ବିକାଶକୁ ଦୃଷ୍ଟିରେ ରଖି ଏପରି ନିଷ୍ପତି ନେଲେ ମୁଖ୍ୟମନ୍ତ୍ରୀ । ନିଷ୍ପତି ଅନୁସାରେ ୧୩ ଟି ଜିଲ୍ଲାରେ ୨୨ ଟି ବିଜ୍ଞାପିତ ଅଂଚଳ ହେବା ସହ ଗଞ୍ଜାମର ଭଞ୍ଜନଗର ଏନଏସିକୁ ମୁନିସିପାଲିଟିକୁ ଉନ୍ନୀତ ହୋଇଛି । ବୌଦ୍ଧ ଜିଲ୍ଲାର ଭଦ୍ରକର ଧାମରା, ଢେଙ୍କାନାଳର ରାସୋଳ, ଜଗତସିଂହପୁରର କୁଜଙ୍ଗ କଳାହାଣ୍ଡିର ନର୍ଲା ଓ ମଦନପୁର ରାମପୁର, ଖୋର୍ଦ୍ଧାର ବୋଲଗଡ଼ ନୟାଗଡ଼ର ଶରଣକୁଳ, ପୁରୀର ସାକ୍ଷୀଗୋପାଳ ଓ କାକଟପୁର, ମନମୁଣ୍ଡା, ପୁରୁଣା କଟକ ଓ ବାଉଁଶୁଣି, ସମ୍ବଲପୁରର ରେଙ୍ଗାଲି ଓ ବାମଣ୍ଡା ଏବଂ ସୁବର୍ଣ୍ଣପୁର ଜିଲ୍ଲାର ସୁବଳୟା, ଉଲୁଣ୍ଡା ଓ ରାମପୁର , ବଲାଙ୍ଗୀରର ଲୋଇସିଂହା ଓ ସିନ୍ଧେକେଲା, ବରଗଡ଼ର ସୋହେଲା, ବାଲେଶ୍ବରର ବାଲିଆପାଳ ଓ ଖଇରା ଆଦି ସ୍ଥାନକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ମାନ୍ୟତା ପ୍ରଦାନ କରାଯାଇଛି ।
ସୂଚନାଯୋଗ୍ୟ ଯେ, ଜନସାଧାରଣଙ୍କ ଦାବି, କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା, ବିକାଶ ଓ ଅର୍ଥନୈତିକ ଅଭିବୃଦ୍ଧିକୁ ଦୃଷ୍ଟିରେ ରଖି, ଏହି ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ଅଞ୍ଚଳର ସାମଗ୍ରିକ ବିକାଶ କ୍ଷେତ୍ରରେ ନବଗଠିତ ପରିଷଦ ଗୁଡିକ କାର୍ଯ୍ୟ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି ।

Leave A Reply

Your email address will not be published.