Jai Odisha
News

ଆସନ୍ତା ୩ ଦିନ ମଧ୍ୟରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରି ବୃଦ୍ଧି ପାଇବ

ଆସନ୍ତା ୩ ଦିନ ମଧ୍ୟରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରି ବୃଦ୍ଧି ପାଇବ । ଆସନ୍ତା ଦୁଇ ଦିନ କୋରାପୁଟ, କନ୍ଧମାଳ, ରାୟଗଡ଼ା, କଟକ, ଢେଙ୍କାନାଳ, ଅନୁଗୁଳ ସମେତ ଦକ୍ଷିଣ ଉପକୂଳ ଓଡ଼ିଶାରେ ହାଲୁକାରୁ ମଧ୍ୟମଧରଣର କୁହୁଡ଼ି ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି । ବର୍ତ୍ତମାନ ରାଜ୍ୟରେ କୌଣସି ନିର୍ଦ୍ଦିଷ୍ଟ ପାଣିପାଗ ପ୍ରକ୍ରିୟାର ପ୍ରଭାବ ନାହିଁ । ତେଣୁ ଆଗାମୀ ୬ ରୁ ୭ ଦିନ ଯାଏଁ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଏହାସହ ଉପକୂଳ ଓ ଏହାର ପାର୍ଶ୍ଵବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ଆଗାମୀ ୨ ଦିନ ହାଲୁକାରୁ ମଧ୍ୟମ ଧରଣର କୁହୁଡି ରହିବାର ସମ୍ଭାବନା ରହିଛି । ରାଜ୍ୟର ବିଭିନ୍ନ ସ୍ଥାନରେ ଉଭୟ ଦିନ ଏବଂ ରାତ୍ରି ତାପମାତ୍ରାରେ ବୃଦ୍ଧି ସମ୍ଭାବନା ରହିଛି । ମୁଖ୍ୟତଃ ଭାବେ ରାତ୍ରି ତାପମାତ୍ରା ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ୨ ରୁ ୩ ଡ଼ିଗ୍ରୀ ଯାଏଁ ବୃଦ୍ଧି ସମ୍ଭାବନା ରହିଛି । ଓଡ଼ିଶାରୁ ବର୍ଷା ଛାଡ଼ିଯାଇଥିବା ବେଳେ ତାପମାତ୍ରା ବୃଦ୍ଧି ପାଇବ । ଗତ ୨୪ ଘଣ୍ଟା ମଧ୍ୟରେ ନୟାଗଡ଼ରେ ଅତି ଘନ କୁହୁଡ଼ି ହେବାରୁ ଦୃଶ୍ୟମାନ ଦୂରତା ୫୦ ମିଟରରୁ କମ୍‌ ରହିଥିଲା। ସେହିଭଳି ରାଇରଙ୍ଗପୁରଠାରେ ୨୮ ମିମି, ବିଜାତଳା ଓ ଜାମଦାରେ ୧୭ ମିମି, ରାସଗୋବିନ୍ଦପୁରରେ ୧୫ ମିମି, ତିରିଙ୍ଗରେ ୮.୨, ବହଳଦାରେ ୭ ମିମି ବର୍ଷା ହୋଇଛି। ଆଜି ପାରଳାଖେମୁଣ୍ଡିରେ ସର୍ବୋଚ୍ଚ ତାପମାତ୍ରା ୩୫ ଡିଗ୍ରି ରେକର୍ଡ କରାଯାଇଛି।

Leave A Reply

Your email address will not be published.