Jai Odisha
News

ଆହୁରି ଅସ୍ତବ୍ୟସ୍ତ କରିବ ତାତି : ଆଜୀ ପାଇଁ ୯ ଜିଲ୍ଲାକୁ ରେଡ଼୍ ଆଲର୍ଟ ଜାରି

ରାଜ୍ୟରେ ଜାରି ରହିଛି ପ୍ରବଳ ଗ୍ରୀଷ୍ମ ପ୍ରବାହ । ରାତି ଦିନ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ରାଜ୍ୟବାସୀ । ଘରୁ ବାହାରିବା ଏକ ପ୍ରକାର ମୁସ୍କିଲ ହୋଇ ଯାଉଛି । ଆଜି ସକାଳ ସାଢ଼େ ୮ଟା ସୁଦ୍ଧା ୩୫ ଡିଗ୍ରୀ ଉପରେ ୫ ସହରର ତାପମାତ୍ରା ରେକର୍ଡ ହୋଇଛି । ଭବାନୀପାଟଣାରେ ସର୍ବାଧିକ ତାପମାତ୍ରା ୩୬.୨ ଡିଗ୍ରୀ ରେକର୍ଡ କରାଯାଇଛି। ଉପକୂଳରୁ ଉପାନ୍ତ ସବୁଠି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି। ଆଜିଠୁ ଦୁଇ ଦିନ ହିଟୱେଭ୍ ନେଇ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆଜି ପାଇଁ ୯ ଜିଲ୍ଲା ଗଜପତି, ଗଞ୍ଜାମ, ବାଲେଶ୍ୱର, ମୟୂରଭଞ୍ଜ, ଝାରସୁଗୁଡ଼ା, ଢେଙ୍କାନାଳ, ବଲାଙ୍ଗିର, ନୂଆପଡ଼ା ଓ କଳାହାଣ୍ଡିକୁ ସିଭିୟର ହିଟୱେଭ୍ ନେଇ ରେଡ୍ ଆଲର୍ଟ ଦିଆଯାଇଛି। ସେହିପରି ଆସନ୍ତାକାଲି ପାଇଁ ୧୫ ଜିଲ୍ଲାକୁ ରେଡ୍ ଓ ୧୪ଜିଲ୍ଲାକୁ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି। ସେହିପରି ୨୮ ତାରିଖ ପାଇଁ ସାରା ରାଜ୍ୟକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ତେବେ ଆସନ୍ତା ୨ସପ୍ତାହ ଯାଏ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ। ଦିନ ୧୧ଟାରୁ ଅପରାହ୍ଣ ୩ଟା ଯାଏଁ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.