Jai Odisha
News

ଆଶ୍ୱସ୍ତି ଆଣିଲା କାଳବୈଶାଖୀ, ଘଡ଼ଘଡ଼ି ସହ ହୋଇଛି ବର୍ଷା ପବନ

ଆଶ୍ୱସ୍ତି ଆଣିଲା କାଳବୈଶାଖୀ । ପ୍ରବଳ ତାତି ଭିତରେ ମିଳିଛି ଆଶ୍ୱସ୍ତି । ଆଜି କାଳ ବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି । ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳ ଭିଜାଇଛି ବର୍ଷା । ଫଳରେ ଗୁଳୁଗୁଳିରୁ ମିଳିଛି ସାମାନ୍ୟ ଆଶ୍ୱସ୍ତି । ବିଭିନ୍ନ ଅଞ୍ଚଳରେ ପବନ ସାଙ୍ଗକୁ ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ମୁଣ୍ଡଫଟା ଖରା ସାଙ୍ଗକୁ ଅସହ୍ୟ ତାତି ପରେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହୋଇଛି। କିଛି ଦିନର ପ୍ରଚଣ୍ଡ ଖରା ପରେ ଆଜିର ବର୍ଷା ଯୋଗୁଁ ରାଜଧାନୀବାସୀଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ପବନ ମଧ୍ୟ ହୋଇଛି। ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ ତାଣ୍ଡବ ରଚିବା ସହ ଅନେକ ସ୍ଥାନରେ ବଜ୍ରପାତ ହେବାର ଆଶଙ୍କା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେବା ସହ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛି।
ସେହିପରି, ଆଜି ରାଜଧାନୀ ଭୁବନେଶ୍ବର ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି। ଭୁବନେଶ୍ବରରେ ଆଜି ଅପରାହ୍ନ ସାଢ଼େ ୨ଟାର ତାପାମାତ୍ରା ୪୩.୨ ଡିଗ୍ରି ରେକର୍ଡ ହୋଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ରିପୋର୍ଟ ଅନୁସାରେ ଭୁବନେଶ୍ୱର ବ୍ୟତୀତ ରାଜ୍ୟର ଅନ୍ୟ ସହରରେ ମଧ୍ୟ ଆଜି ପ୍ରବଳ ଖରା ‌ହୋଇଛି।

Leave A Reply

Your email address will not be published.