Jai Odisha
News

ଆଜି ପବିତ୍ର ଅକ୍ଷୟ ତୃତୀୟା : ଅନୁଷ୍ଠିତ ହେବ ରଥ ନିର୍ମାଣ କାର୍ଯ୍ୟର ଶୁଭ ଅନୁକୂଳ ନୀତି

ଆଜି ଅକ୍ଷୟ ତୃତୀୟା , ଏହା କୃଷକ ସମାଜ ପାଇଁ ଏକ ମହାନ ପର୍ବ । ବୈଶାଖ ମାସ ଶୁକ୍ଳପକ୍ଷ ତୃତୀୟା ତିଥ୍ୟକୁ ଅକ୍ଷୟ ତୃତୀୟା ବା ଅକ୍ଷି ତୃତୀୟା ଭାବେ ପାଳନ କରାଯାଏ।  ଆଜି ପବିତ୍ର ଅକ୍ଷୟ ତୃତୀୟା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟ୍ବିଟ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ‘ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦରୁ ଚାଷୀଭାଇମାନଙ୍କ ଅଖିମୁଠି ଅନୁକୂଳ ଶୁଭଙ୍କର ହେଉ । ଚଳିତ ବର୍ଷ ଭଲ ଫସଲ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଆଣିଦେଉ ବୋଲି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।’

ଆଜି ପବିତ୍ର ଅକ୍ଷୟ ତୃତୀୟା  ଅବସରରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ର ଶୁଭ ଅନୁକୂଳ ନୀତି ଅନୁଷ୍ଠିତ ହେବ। ଏଥି ସହ ଆଜିଠାରୁ ୨୧ ଦିନ ବ୍ୟାପି ବାହାର ଚନ୍ଦନ ଯାତ୍ରା ଆରମ୍ଭ ହେଉଥିବା ବେଳେ ଶ୍ରୀକ୍ଷେତ୍ର ପୁରୀରେ ପ୍ରବଳ ଭକ୍ତଙ୍କ ଭିଡ଼ ପରିଲକ୍ଷିତ ହୋଇଅଛି । ବଡି ଭୋର ୩ଟା୪୫ରେ ଶ୍ରୀମନ୍ଦିର ଦ୍ୱାର ଫିଟା ଯାଇଥିବା ବେଳେ ଶ୍ରୀଜୀଉମାନଙ୍କ ନୀତି ଆରମ୍ଭ ହୋଇଅଛି । ଅପରାହ୍ନରେ ମହାପ୍ରଭୁଙ୍କ ନିକଟରୁ ଆଜ୍ଞାମାଳ ରଥଖଳାକୁ ବିଜେ କରିବା ସହ ରଥ ନିର୍ମାଣ ଅନୁକୂଳ ନୀତି ସମ୍ପନ ହେବ । ସେହିପରି ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ଭୂଦେବୀ, ଶ୍ରୀଦେବୀ ଏବଂ ଶ୍ରୀକ୍ଷେତ୍ରର ପଞ୍ଚ ମହାଦେବ ନରେନ୍ଦ୍ର ପୁଷ୍କରଣୀରେ ଚାପ ଖେଳିବେ । ନନ୍ଦା ଓ ଭଦ୍ରା ନୌକରେ ବିଜେ କରି ଜଳକ୍ରୀଡ଼ା କରିବା ସହ ସ୍ୱତନ୍ତ୍ର ମାଣ୍ଡୁଅ ଭୋଗ ଲାଗି କରାଯିବ।

Leave A Reply

Your email address will not be published.